ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ ଲାଗିଛି। ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୨୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଜଗତସିଂହପୁର ଜିଲାର ବୋଲି ସୂଚନା ମିଳିଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨୮୭୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୬ ଟି ଆକ୍ଟିଭ କେସ ରହିଥିବା ବେଳେ ୧୨୭୭୯୭୦ ଜଣ ସୁସ୍ଥ ହୋଇଛନ୍ତି ।