ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ବୁଧବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୫୮କୁ ବୃଦ୍ଧି ପାଇଛି। ଏହି ୫ ମୃତକଙ୍କ ମଧ୍ୟରୁ ନୂଆପଡ଼ା ଜିଲାରୁ ୨ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଅଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

Share