ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୮୮କୁ ବୃଦ୍ଧି ପାଇଛି। ଏହି ୭ ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲାରୁ ୨ ଜଣ ଥିବା ବେଳେ ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଅଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

Share