ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଜନିତ ଶନିବାର ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨ଜଣ ଗଞ୍ଜାମର ୬୦ ଓ ୬୩ ବର୍ଷୀୟ ପୁରୁଷ ହୋଇଥିବା ବେଳେ ଅନ୍ୟଜଣକ ଗଜପତି ଜିଲାର ୪୮ ବର୍ଷୀୟ ମହିଳା ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share