ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ଆଉ ୬୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ରୁ ୧୦, କେନ୍ଦୁଝରରୁ ୪ ଏବଂ ଯାଜପୁରରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଏବଂ ପୁରୀ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୬୯,୧୮୫ରେ ପହଞ୍ଚିଥିବା ବେଳେ ୯,୪୫,୧୭୭ଜଣ ସୁସ୍ଥ ହୋଇଛନ୍ତି। ୧୮,୩୮୧ ଜଣ ଚିକିିତ୍ସିତ ହେଉଛନ୍ତି। ୫,୫୭୪ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Share