ଅଣାୟତ୍ତ ମୁହାଁ କରୋନା: ୨୪ ଘଣ୍ଟାରେ ୪୬ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ,୨୨।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୯୫୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସାର୍ବଜନୀକ ଟିକାକରଣ ସହିତ ନମୁନା ପରୀକ୍ଷା ଜାରି ରହିଛି। ତେବେ ଲୋକଙ୍କ ମଧ୍ୟରେ କରୋନା ପ୍ରତି ହେୟ ମନୋଭାବ ବୃଦ୍ଧି ପାଇବା ଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ ମତପୋଷଣ କରିଛନ୍ତି।

Share