Categories: ଜାତୀୟ

ଦେଶରେ କରୋନା ସଂକ୍ରମଣରେ କମୁନି

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୭୫୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୩,୧୪,୬୧୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୩୬,୮୫,୫୩୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧,୦୧,୮୩୦ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୭,୨୫୩କୁ ବୃଦ୍ଧି ପାଇଛି।

Share