Categories: ଜାତୀୟ

ବଢିଚାଲିଛି ସଂକ୍ରମଣ

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୫୮୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୨,୦୫,୧୦୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୬,୪୪,୦୯୨ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୨,୪୯୮ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୭୪୭କୁ ବୃଦ୍ଧି ପାଇଛି।

Share