ଭୁବନେଶ୍ବର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। କେନ୍ଦ୍ରାପଡା ଜିଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୧୪ରେ ପହଞ୍ଚିଛି।