୭ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୭୪୨୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ବୁଧବାର ରାଜ୍ୟରେ ୭୪୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬୭ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪୩୦୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୧୨୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୨ ଲକ୍ଷ ୨୫ ହଜାର ୨୬୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯୫୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୦୯, ବାଲେଶ୍ୱରରୁ ୪୯୬, ବରଗଡ଼ରୁ ୧୩୪, ଭଦ୍ରକରୁ ୧୦୦, ବଲାଙ୍ଗୀରରୁ ୨୦୭, ବୌଦ୍ଧରୁ ୯୮, କଟକରୁ ୫୪୮, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୩୭, ଗଜପତିରୁ ୯୯, ଗଞ୍ଜାମରୁ ୩୪, ଜଗତ୍‌ସିଂହପୁରରୁ ୧୨୯, ଯାଜପୁରରୁ ୧୫୨, ଝାରସୁଗୁଡ଼ାରୁ ୪୫, କଳାହାଣ୍ଡିରୁ ୧୮୮, କନ୍ଧମାଳରୁ ୧୨୩, କେନ୍ଦ୍ରାପଡ଼ାରୁ ୮୪, କେନ୍ଦୁଝରରୁ ୧୩୬, କୋରାପୁଟରୁ ୧୫୯, ମାଲକାନଗିରିରୁ ୬୭ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୧୬୬, ନବରଙ୍ଗପୁରରୁ ୧୧୭, ନୟାଗଡ଼ରୁ ୨୪୫, ନୂଆପଡ଼ାରୁ ୧୯୧, ପୁରୀରୁ ୧୦୬, ରାୟଗଡ଼ାରୁ ୧୩୧ ,ସମ୍ବଲପୁରରୁ ୧୬୦ ସୁବର୍ଣ୍ଣପୁରରୁ ୨୧୨ , ସୁନ୍ଦରଗଡ଼ରୁ ୭୭୮ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୩୯୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri