Categories: ଜାତୀୟ

ଥମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୧୧।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାର ୦୭୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୫୭ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୨୫,୩୬,୧୩୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪୧,୩୩୧,୧୫୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୯୭,୭୭୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦୭,୨୦୮କୁ ବୃଦ୍ଧି ପାଇଛି।

Share