କରୋନା ଯୋଦ୍ଧା ଏଏସ୍‌ଆଇଙ୍କର କରୋନାରେ ମୃତ୍ୟୁ: ଗାର୍ଡ ଅଫ୍‌ ଅନର ଦେଲା ଗଞ୍ଜାମ ପୋଲିସ

ଛତ୍ରପୁର, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ତାରସିଂ ଥାନାର କରୋନା ଯୋଦ୍ଧା ଏଏସ୍‌ଆଇ ଶିବରାମ ଦାଶଙ୍କର ସୋମବାର କରୋନାରେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଛତ୍ରପୁର ଠାରେ ତାଙ୍କର ପାର୍ଥିବ ଶରୀରକୁ ପୋଲିସ ପକ୍ଷରୁ ଗାର୍ଡ ଅଫ୍‌ ଅନର ଦିଆଯାଇଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ଉପସ୍ଥିତିରେ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ମୃତ ଏଏସ୍‌ଆଇଙ୍କ ଘର ଛତ୍ରପୁର ବ୍ଲକ ପୋଡ଼ପଦର ଗାଁରେ। ସ୍ଥାନୀୟ ସରପଞ୍ଚ ପିତାମ୍ବର ପଣ୍ଡା ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆମର ପୋଲିସ କରୋନା ଯୋଦ୍ଧାମାନେ ନିଜ ନିଜ ଡ୍ୟୁଟି କରିଆସୁଛନ୍ତି ବୋଲି ଏସ୍‌ପି କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ପୋଲିସରେ କାର୍ଯ୍ୟରତ ୨ ଏଏସ୍‌ଆଇ, ଜଣେ କନଷ୍ଟେବଳ, ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଛି। ଆଗାମୀ ଦିନରେ କରୋନା ହାରିବ ଏବଂ ଆମେ ଜିତିବୁ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…

କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ଏଫ୍‌ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର

ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ...

ବିଲରେ ଗଜାହେଲା ପାଚିଲା ଧାନ

ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ...

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ...

ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri