Categories: ଜାତୀୟ

କରୋନା ବେକାବୁ: ୨୪ ଘଣ୍ଟାରେ ୩୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୮।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୮୭୧ରେ ପହଞ୍ଚିଥିବାବେଳେ ଏହି ସମୟ ମଧ୍ୟରେ କରୋନାରେ ୧୭୨ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୧୦୨ ଦିନ ପରେ ଦେଶରେ ପୁଣି କରୋନା ସମାନ ସ୍ଥିତିରେ ପହଞ୍ଚିଛି। ୨୦୨୦ ଡିସେମ୍ବର ୫ରେ ଦେଶରେ ୩୬ ହଜାର ୧୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ, ଗୁଜରାଟ, ତାମିଲନାଡୁ ଏବଂ କେରଳ ଆଦି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ମହାରାଷ୍ଟ୍ରରେ ସ୍ଥିତି ଅଧିକ ଗୁରୁତର ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ହଜାର ୧୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ ଜଣଙ୍କ ମୃତ୍ୟୁ ଘଟିଛି।

Share