କରୋନା ସ୍ଥିତି ଅସମ୍ଭାଳ: ଭଗବାନ ଭରସା…

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ତେବେ ଶନିବାର ତୁଳନାରେ ରବିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୨ ହଜାର ୪୮୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୬୮୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତି ମଧ୍ୟରେ ଦେଶରେ ୧୫ କୋଟି ୬୮ଲକ୍ଷ ୧୬ ହଜାର ୩୧ ଜଣଙ୍କ ଟିକାକରଣ ଶେଷ ହୋଇଛି। ସେହିପରି ୨୯ କୋଟି ୧ ଲକ୍ଷ ୪୨ ହଜାର ୩୩୯ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ଦେଶରେ କରୋନା ସ୍ଥିତି ଅସମ୍ଭାଳ ଥିବାରୁ ଏବେ ଆକ୍ରାନ୍ତଙ୍କ ପାଇଁ ଭଗବାନ ହିଁ ଭରସା ପାଲଟିଛନ୍ତି।

Share