Categories: ଜାତୀୟ

ବେକାବୁ ହୋଇଚାଲିଛି କରୋନା, ଦିନକରେ ୯୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୧।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୯୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୯୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୬ ହଜାର ୫୫୧ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୧୨୦୯ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୪ ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୭୬ ହଜାର ୨୭୧କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୩୫ ଲକ୍ଷ ୪୨ ହଜାର ୬୬୩ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୯ ଲକ୍ଷ ୪୩ ହଜାର ୪୮୦ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।

Share