ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୯୩ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୦୮ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୭୯ ଲକ୍ଷ ୯୦ ହଜାର ୩୩୨ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୨୦ ହଜାର ୧୦କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭୨ ଲକ୍ଷ ୫୯ହଜାର ୫୦୫ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୬ ଲକ୍ଷ ୧୦ ହଜାର ୮୦୩ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।

Share