Categories: ଜାତୀୟ

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨ ଜଣଙ୍କର ମୃତ୍ୟୁ ହୋଇଛି। ୭୬ ଦିନ ପରେ ଦେଶରେ ଏହା ସବୁଠୁ କମ୍‌ କରୋନା ସଂକ୍ରମଣ ସଂଖ୍ୟା। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨,୯୫,୧୦,୪୧୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୨, ୮୧,୬୨,୯୪୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୯ଲକ୍ଷ ୭୩ ହଜାର ୧୫୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩,୭୪,୩୦୫କୁ ବୃଦ୍ଧି ପାଇଛି।

Share