Categories: ଜାତୀୟ

କରୋନା ସ୍ଥିତି ଗମ୍ଭୀର: ଦିନକରେ ୩.୩୨ ଲକ୍ଷ ସଂକ୍ରମିତ, ୨୨୫୬ ମୃତ

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୩୨, ୩୨୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୨୫୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୬୨ ଲକ୍ଷ ୫୭ ହଜାର ୦୦୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୩୬ଲକ୍ଷ ୪୧ ହଜାର ୬୦୬ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୪ ଲକ୍ଷ ୨୨ ହଜାର ୧୧୯ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୬ ହଜାର ୯୨୮କୁ ବୃଦ୍ଧି ପାଇଛି।

Share