ନୂଆଦିଲ୍ଲୀ,୨୭।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ କମିବାରେ ଲାଗିଛି। ମଙ୍ଗଳବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୪୧୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୮୮ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୭୯ ଲକ୍ଷ ୪୬ ହଜାର ୪୨୯ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୯ ହଜାର ୫୦୨କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭୨ ଲକ୍ଷ ୧ ହଜାର ୦୭୦ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୬ ଲକ୍ଷ ୨୫ ହଜାର ୮୫୭ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।