Categories: ଜାତୀୟ

ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ପାଖାପାଖି ୨୧ ହଜାର ଆକ୍ରାନ୍ତ, ୩୭୯ ମୃତ

ନୂଆଦିଲ୍ଲୀ,୩।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୯୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪ ହୋଇଛି । ସେହିପରି ୨୪ ଘଣ୍ଟାରେ ଦେଶରେ ୩୭୯ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୬ ଲକ୍ଷ ୨୫ ହଜାର ୫୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୭୯ହଜାର ୮୯୧ ଜଣ ସୁସ୍ଥ ହୋଇଥିବା ବେଳେ ୧୮ହଜାର ୨୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୨ ଲକ୍ଷ ୨୭ ହଜାର ୪୩୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share