Categories: ଜାତୀୟ

୨୬୭ ଦିନ ପରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୨,୫୧୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୦୧ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୪୪,୧୪,୧୮୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩,୩୫,୧୪,୪୪୯ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧ ଲକ୍ଷ ୩୭ ହଜାର ୪୧୬ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୬୨,୬୯୦କୁ ବୃଦ୍ଧି ପାଇଛି।

Share