କଟକ ଅଫିସ/ଭୁବନେଶ୍ୱର, ୨୩।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଉଭୟ କଟକ ଜିଲାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣେ ୭୧ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ୫୩ ବର୍ଷୀୟ ବ୍ୟକ୍ତି। ସେ ଡାଇବେଟିକ୍ ଏବଂ କିଡ୍ନୀ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂସ୍ଥ୍ୟା ୧୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।