CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ। ଶୁକ୍ରବାର କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୫ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 

ପ୍ରକାଶ ଯେ, ଶୁକ୍ରବାର ୧୧୨ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୦୭ଜଣ ଥିବା ବେଳେ ୫ ଲୋକାଲ୍‌ କେସ୍‌ ରହିଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି।

Share