CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୫୨, ବାଲେଶ୍ୱରରେ ୩୩ ଜଣ, ଯାଜପୁରରେ ୭ ଜଣ ଓ ସୁନ୍ଦରଗଡର ୭ ଜଣ ରହିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଚାଲିଛି।

Share