CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫କୁ ବୃଦ୍ଧି ପାଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।

ପ୍ରକାଶ ଯେ, ପୂର୍ବରୁ ଦିନକ ମଧ୍ୟରେ ଗଞ୍ଜାମରୁ ଜଣେ, କଟକରୁ ଜଣେ, ବାଲେଶ୍ୱରରୁ ୨ଜଣ, ରାଉରକେଲରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

Share