CORONAVIRUS UPDATE: ମୟୂରଭଞ୍ଜରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ ମୟୂରଭଞ୍ଜର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ପୂର୍ବାହ୍ନରେ ଜିଲାରେ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଫଳରେ ଏବେ ମୟୂରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

Share