CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ତେବେ ସକାଳେ ୩ଜଣ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଥିଲେ। ଏଣୁ ଏବେ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି।

Share