CORONAVIRUS UPDATE: ରାଜ୍ୟରେ ଆଉ ୮୨ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ୧୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୦୨ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର ସନ୍ଧ୍ୟାରେ ଜଗତସିଂହପୁରରେ ୨୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୯୭ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୫ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ଯାଜପୁରରେ ସର୍ବାଧିକ ୩୧, ଜଗତସିଂହପୁରରେ ୩, ଭଦ୍ରକ ୨୧, କେନ୍ଦ୍ରପଡ଼ାରେ ୮, କଟକ ୪, ଖୋର୍ଦ୍ଧା ୪, ପୁରୀ ୪, ଅନୁଗୋଳ ୨, ବାଲେଶ୍ୱର୨, ସମ୍ବଲପୁର ୨ ଓ ନୟାଗଡ଼ରେ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୬୯୬ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୨୭୭ଜଣ ସୁସ୍ଥ ଓ ୫ଜଣଙ୍କର ମୃତ୍ୟୁ ଘଟିଛି।

Share