CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୫, ଗଞ୍ଜାମ ଓ ଯାଜପୁରର ୩ଜଣ ରହିଛନ୍ତି। ସେହିପରି ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଚାଲିଛି।

Share