CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ବାଲେଶ୍ୱରର ବୋଲି ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକ ବିଭାଗ ସୂଚନା ଦେଇଛି। ୩ଜଣ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ଏମାନଙ୍କ ବୟସ ଯଥାକ୍ରମେ ୬୩, ୬୧ ଓ ୪୪ ରହିଛି। ଏମାନେ ସମସ୍ତେ କୋଲକାତା ଫେରନ୍ତା ବୋଲି କୁହାଯାଇଛି। ୩ଜଣ ଆକ୍ରାନ୍ତଙ୍କ ନିକଟରେ କୌଣସି ଲକ୍ଷଣ ନ ଥିବା ବେଳେ ସେମାନେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଏହାକୁ ମିଶାଇ ବାଲେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୨୫ରେ ପହଞ୍ଚିଛି। ସେଥିମଧ୍ୟରୁ ୩୯ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିସାରିଛି।

Share