CORONAVIRUS UPDATE: ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସକାଳେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରେ ସର୍ବାଧିକ ୩୧, ଗଞ୍ଜାମ ୧୩, କଟକ ୬, କେନ୍ଦ୍ରାପଡ଼ା ୪, ପୁରୀ ୪, ଖୋର୍ଦ୍ଧା ୩, ମୟୁରଭଞ୍ଜ ୨ ଓ ନୟାଗଡ଼ର ୨ ରହିଛନ୍ତି। ୬୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ରାଜ୍ୟରେ ୫୬୮ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୧୬୬ଜଣ ସୁସ୍ଥ ଓ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri