CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାା ୬୧୧ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଖୋର୍ଦ୍ଧାର ୩, ଗଞ୍ଜାମର ସର୍ବାଧିକ ୪୨, ଭଦ୍ରକର ୯, ଯାଜପୁରରେ ୧୭ ଓ ସୁନ୍ଦରଗଡ଼ ଅଞ୍ଚଳର ୨ଜଣ ରହିଥିବା ସୂଚନା ରହିଛି। ଖୋର୍ଦ୍ଧା ଓ ଗଞ୍ଜାମର ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ଭଦ୍ରକରେ ୫ଜଣ ଆକ୍ରାନ୍ତ ସୁରଟ, ୩ ଜଣ ପଶ୍ଚିମବଙ୍ଗରୁ ଓ ଜଣେ କର୍ନାଟକ ଫେରନ୍ତା ଥିବା ଜଣାପଡ଼ିଛି। ସେହିପରି ଯାଜପୁରର ୧୭ଜଣ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ସୁନ୍ଦରଗଡ଼ର ୨ନୂଆ ଚିହ୍ନଟ ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନର। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ରେ ଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଏପର୍ଯ୍ୟନ୍ତ ୪୬୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୧୪୩ ଜଣ ସୁସ୍ଥ ଓ ୩ଜଣଙ୍କ ମୃତ୍ୟୁ ଘଟିଛି।

Share