CORONAVIRUS UPDATE: ରାଜ୍ୟରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କଠାରୁ ସୁସ୍ଥ ସଂଖ୍ୟା ଅଧିକ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଦୃତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ଶୁକ୍ରବାର ସକାଳେ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସନ୍ଧ୍ୟାରେ ୯୦ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ଛୁଇଁଥିବା ବେଳେ ସେମାନଙ୍କ ମଧ୍ୟରୁ ୯୭୭ଜଣ ସୁସ୍ଥ ହୋଇଥିବା ବେଳେ ୭୩୭ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ୭ଜଣଙ୍କର ମୃତ୍ୟୁ ଘଟିଛି।

Share