CORONAVIRUS UPDATE: ରାଜ୍ୟରେ ପୁଣି ୧୪୬ ପଜିଟିଭ୍‌: ୪୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦୦ ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି।
ଆଜି ୧୫ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। କନ୍ଧମାଳରେ ସର୍ବାଧିକ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଏବଂ ଭଦ୍ରକରୁ ୧୯ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୭, ନୟାଗଡ଼ ୪,ଝାରସୁଗୁଡ଼ା ୧, ରାୟଗଡ଼ା ୫, ଜଗତସିଂହପୁର ୪, ବାଲେଶ୍ୱର ୮, ଢେଙ୍କାନାଳ ୧, ଅନୁଗୋଳ ୬, ଗଞ୍ଜାମ ୮, ସୋନପୁର ୨, ସମ୍ବଲପୁର ୧, ସୁନ୍ଦରଗଡ଼ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାତ୍ୟା ଅମ୍ଫନ୍‌ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୯ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚିଛି। ୧୩୩୩ ଚିକିତ୍ସାଧୀନ ଅଛନ୍ତି। ୨୭୦୮ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।

Share