CORONAVIRUS UPDATE: ରାଜ୍ୟରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ରାଜ୍ୟରେ ସୋମବାର ସକାଳେ ପୁଣି ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲାରୁ ୧୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ାର ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୩୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି।

Share