CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଯାଜପୁରରୁ ୪୬,କଟକରୁ ୧୧, ନୟାଗଡ଼ରୁ ୬, ଗଞ୍ଜାମରୁ ୫, ଖୋର୍ଦ୍ଧା ୩, ବାଲେଶ୍ୱରରୁ ୩, ଭଦ୍ରକରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ବଲାଙ୍ଗୀରରୁ ୨ ଏବଂ ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଜଣେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଏବଂ ଆଉ ୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୧୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୭୮୯ ଜଣ ଚିକିତ୍ସାଧୀନ ଅଛନ୍ତି। ୩୯୩ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।

Share