CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭୬୮ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦୯, ବାଲେଶ୍ୱରରୁ ୧୮୩, ବରଗଡ଼ରୁ ୧୧୬, ଭଦ୍ରକରୁ ୪୩, ବଲାଙ୍ଗୀରରୁ ୭୮, ବୌଦ୍ଧରୁ ୫୫, କଟକରୁ ୪୯୧, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୮୦, ଗଜପତିରୁ ୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୬୫ ଜଗତ୍‌ସିଂହପୁରରୁ ୧୪୬, ଯାଜପୁରରୁ ୧୭୬, ଝାରସୁଗୁଡ଼ାରୁ ୮୦, କଳାହାଣ୍ଡିରୁ ୯୦, କନ୍ଧମାଳରୁ ୧୦୨, କେନ୍ଦ୍ରାପଡ଼ାରୁ ୧୨୩, କେନ୍ଦୁଝରରୁ ୭୨, କୋରାପୁଟରୁ ୧୧୪, ମାଲକାନଗିରିରୁ ୬୩, ମୟୂରଭଞ୍ଜରୁ ୧୦୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧୦୨, ନୟାଗଡ଼ରୁ ୪୭, ନୂଆପଡ଼ାରୁ ୫୨, ରାୟଗଡ଼ାରୁ ୯୨, ପୁରୀରୁ ୩୨୬ , ସମ୍ବଲପୁରରୁ ୧୫୪, ସୁବର୍ଣ୍ଣପୁରରୁ ୮୩ ଓ ସୁନ୍ଦରଗଡ଼ରୁ ୧୨୧ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୭୫୫୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୨୩୯ ଚିକିତ୍ସାଧୀନ ଅଛନ୍ତି। ୧୩୭୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share