CORONAVIRUS UPDATE: ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ, ଏଯାବତ୍‌ ମୋଟ୍‌ ଆରୋଗ୍ୟ ହେଲେଣି ୪,୧୨୩

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ବୁଧବାର ଅପରାହ୍ନରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ଗଞ୍ଜାମରୁ ୪୯ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ୧୯, କଳାହାଣ୍ଡି ୧୬, ଜଗତସିଂହପୁର ୧୪, ବାଲେଶ୍ୱର ୭, କଟକରୁ ୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଅନୁଗୋଳ, ଯାଜପୁର ଏବଂ ପୁରୀରୁ ୪ ଜଣ ଲେଖାଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୩ ଜଣ ସୁସ୍ଥ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଏବଂ କେନ୍ଦୁଝରରୁ ୨ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି । ସେହିପରି ବରଗଡ଼, ଭଦ୍ରକ, ଝାରସୁଗୁଡ଼ା, ମୟୂରଭଞ୍ଜ ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Share