ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୧୮୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୫୩ ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭୩୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୦୭, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୨୮, ଭଦ୍ରକରୁ ୩୪, ବଲାଙ୍ଗୀରରୁ ୧୧୪, ବୌଦ୍ଧରୁ ୭୭, କଟକରୁ ୫୮୬, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୫୪, ଗଜପତିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୫ ଜଗତ୍ସିଂହପୁରରୁ ୧୦୪, ଯାଜପୁରରୁ ୧୮୭, ଝାରସୁଗୁଡ଼ାରୁ ୮୪, କଳାହାଣ୍ଡିରୁ ୧୦୫, କନ୍ଧମାଳରୁ ୭୪, କେନ୍ଦ୍ରାପଡ଼ାରୁ ୧୨୬, କେନ୍ଦୁଝରରୁ ୩୩, କୋରାପୁଟରୁ ୬୩ , ମାଲକାନଗିରିରୁ ୭୨, ମୟୂରଭଞ୍ଜରୁ ୧୭୪ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୭୫, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୫୮, ରାୟଗଡ଼ାରୁ ୨୯, ପୁରୀରୁ ୨୬୫ , ସମ୍ବଲପୁରରୁ ୧୧୩, ସୁବର୍ଣ୍ଣପୁରରୁ ୯୦ ଓ ସୁନ୍ଦରଗଡ଼ରୁ ୨୦୧ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୮୮୩୧୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୧୫୮ ଚିକିତ୍ସାଧୀନ ଅଛନ୍ତି। ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ