CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦୮ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୩, ବାଲେଶ୍ୱରରୁ ୧୨୯, ବରଗଡ଼ରୁ ୨୮, ଭଦ୍ରକରୁ ୫୮, ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧୧, କଟକରୁ ୨୪୩, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧, ଗଜପତିରୁ ୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୨୧୨ ଜଗତ୍‌ସିଂହପୁରରୁ ୧୦୧, ଯାଜପୁରରୁ ୨୧୭, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୯୭, କେନ୍ଦୁଝରରୁ ୨୮, କୋରାପୁଟରୁ ୧୭୪ , ମାଲକାନଗିରିରୁ ୧୦୧, ମୟୂରଭଞ୍ଜରୁ ୧୩୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୦୩, ନୂଆପଡ଼ାରୁ ୮, ରାୟଗଡ଼ାରୁ ୧୧୭, ପୁରୀରୁ ୧୪୪, ସମ୍ବଲପୁରରୁ ୫୫, ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୪୪ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୪୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୮୨୬ ଚିକିତ୍ସାଧୀନ ଅଛନ୍ତି। ୫୬୯୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share