ନୂଆଦିଲ୍ଲୀ,୧।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୬,୭୨୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୭ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୩୭,୬୬,୭୦୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩,୨୫,୪୨,୬୧୬ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨ ଲକ୍ଷ ୬୮ ହଜାର ୫୪୬ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୪୮,୩୩୯କୁ ବୃଦ୍ଧି ପାଇଛି।