Categories: ଜାତୀୟ

୨୪ ଘଣ୍ଟାରେ ୨.୫୧ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ, ୬୨୭ ମୃତ

ନୂଆଦିଲ୍ଲୀ,୨୮।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୧ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୨୭ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୦୬,୨୨,୭୦୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩୮,୦୨୪,୭୭୧ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୧,୦୫,୬୧୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୯୨,୩୫୬କୁ ବୃଦ୍ଧି ପାଇଛି।

Share