ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରୁ ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ପୂର୍ବରୁ ରାଜ୍ୟର ୩ ନୂଆ ପଜିଟିଭ୍ ବିଷୟରେ ସୂଚନା ଦିଆଯାଇଥିଲା। ସେମାନଙ୍କ ମଧ୍ୟରେ ଜଣେ ବାଲେଶ୍ୱରର ଥିବା ବେଳେ ୨ଜଣ ବଲାଙ୍ଗୀର ଜିଲାର ରହିଥିଲେ। ଏବେ ପୁଣି ୨ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭ରେ ପହଞ୍ଚିଛି। ସେଥିରୁ ୧୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୧ଜଣ ସୁସ୍ଥ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।