CORONAVIRUS UPDATE: ଆଉ ନୂଆ ୯୦ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଭୁବନେଶ୍ୱର,୪।୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୁଣି ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଙ୍କ୍ୟା ୨୪୭୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ରୁ ୭, ଭଦ୍ରକରୁ ୯, ଗଞ୍ଜାମରୁ ୨୨, ସୁନ୍ଦରଗଡ଼ରୁ ୫, କଟକରୁ ୫, ପୁରୀରୁ ୨, ଢେଙ୍କାନାଳରୁ ୧୦, ଅନୁଗୋଳ, ବାଲେଶ୍ୱର, କଳାହାଣ୍ଡି, ସମ୍ବଲପୁର ଏବଂ ବରଗଡ଼ରୁ ଜଣେ ଲେଖାଏ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୪୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୫୩ ଚିକିତ୍ସାଧୀନ ଅଛନ୍ତି। ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି।

Share