ପ୍ରଧାନମନ୍ତ୍ରୀ ଆବାସ ତଦନ୍ତରେ ଦୁର୍ନୀତି

ରଘୁନାଥପୁର,୪।୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତଦନ୍ତ ବେଳେ ରଘୁନାଥପୁର ବ୍ଲକର ଜଗନ୍ନାଥପୁର ପଞ୍ଚାୟତରେ ଦୁର୍ନୀତି ହୋଇଥିବା ନେଇ ପଞ୍ଚାୟତବାସୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ତଦନ୍ତବେଳେ ଯୋଗ୍ୟ ହିତାଧିକାରୀଙ୍କ ନାମ ତାଲିକାରୁ ବାଦ୍‌ ଦିଆଯାଇ ଅଯୋଗ୍ୟମାନଙ୍କୁ ତାଲିକାଭୁକ୍ତ କରାଯାଇଛି ବୋଲି ସେମାନେ ଅଭିଯୋଗରେ ଦର୍ଶାଇଛନ୍ତି। ଏହି ପଞ୍ଚାୟତର ବାବାଜୀ ସାହୁ, ସୁମିତ୍ରା ସାହୁ ଓ ରୟାଲ ଭୋଇଙ୍କ କହିବାନୁଯାୟୀ, ଯେଉଁମାନଙ୍କ କୋଠାଘର, ଚାରିଚକିଆ ଯାନ ଅଛି ସେମାନଙ୍କ ନାମ ତାଲିକାରେ ରହିଛି। ଏହାଛଡା ପୂର୍ବରୁ କେତେଜଣଙ୍କ ପରିବାରରେ ସ୍ବାମୀଙ୍କୁ ଘର ମିଳିଥିବାବେଳେ ସ୍ତ୍ରୀଙ୍କୁ ମଧ୍ୟ ଚଞ୍ଚକତା କରାଯାଇ ତାଲିକାଭୁକ୍ତ କରାଯାଇଛି। ଚକ୍ରଧର ସେନାପତିଙ୍କ ଝିଅ ଚାରୁଲତା ସେନାପତି, ବାଇଧର ସେଠୀଙ୍କ ବିଧବା ଝିଅ ବୀଣା ରାଉତ, କୃଷ୍ଣ ସେଠୀଙ୍କ ଝିଅ ଗୌରୀ ସେଠୀ ଓ ପହଲି ସ୍ବାଇଁଙ୍କ ପୁଅ ସୁମନ୍ତ ସ୍ବାଇଁଙ୍କ ଭଳି ଯୋଗ୍ୟ ହିତାଧିକାରୀଙ୍କ ନାମ ତାଲିକାରେ ନାହିଁ। ଏଥିରେ ଦୁର୍ନୀତି ହୋଇଥିବା ନେଇ ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ଏନେଇ ତଦନ୍ତରେ ସ୍ବଚ୍ଛତା ଆଣି ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ଯୋଜନାରେ ତାଲିକାଭୁକ୍ତ କରିବା ପାଇଁ ଦାବି ହୋଇଛି। ଏଥିସହ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ ଶରତ ବେହେରା, ଦୀପା ଭୋଇ, ମିନତୀ ଭୋଇ, ସୁବାସ ଦାସ, ଶୁକ ଭୋଇ, ଅନିତା ଭୋଇ ଓ ମାନସୀ ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ,୫-ଟି ସଚିବ, ଜିଲାପାଳଙ୍କ ନିକଟରେ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri