ବରଗଡ଼ରେ ପୁଣି କଫ୍‌ସିରପ କାରବାର: ୨ ଗାଡ଼ି ଜବତ, ୫ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୩ା୧୦: ବରଗଡ଼ ଟାଉନ ଥାନା ପୋଲିସ ସ୍ଥାନୀୟ ଗୋରୁ ମାର୍କେଟ ଅଞ୍ଚଳରୁ ବିପୁଳ ପରିମାଣରେ କଫ୍‌ ସିରପ ଜବତ କରିଛି। ଏହା ସହିତ ଏହି କାରବାରରେ ବ୍ୟବହୃତ ୨ଟି ୪ଚକିଆ ଗାଡ଼ିକୁ ଜବତ କରିବା ସହିତ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବଲାଙ୍ଗୀର କଂସାରିପଡ଼ାର ସନ୍ତୋଷ କୁମାର ମେହେର, ଭାଲେର ଗ୍ରାମର ଶ୍ରୀକାନ୍ତ ନାୟକ, ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ ନଂ ଓଆର ୧୧ର ଏମ୍‌ଡି ନିଶାଦ, ନୌସଦ ଖାଁ ଓ ସରୋଜ ଭୁଏ। ସେମାନଙ୍କ ପାଖରୁ ୧୧୭୦ ବୋତଲ କଫ୍‌ ସିରପ, ୨ଟି ଜାରକିନରେ ରହିଥିବା ମିଶ୍ରିତ କଫ୍‌ ସିରପ, ୫ ଷ୍ଟ୍ରିପ ନିଶା ବଟିକା ଜବତ ହୋଇଛି। ଅଭିଯୁକ୍ତମାନେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଗୋରୁ ମାର୍କେଟ ଅଞ୍ଚଳରେ କଫ୍‌ ସିରପ ଚାଲାଣ କାରବାର କରୁଥିବା ସମୟରେ ପୋଲିସ ସୂଚନା ପାଇ ସେମାନଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ୨ଟି ଗାଡ଼ି ଜବତ କରିଥିବା ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ସୂଚନା ଦେଇଛନ୍ତି। ଏ ନେଇ ବରଗଡ଼ ଟାଉନ ଥାନାରେ କେସ୍‌ ନଂ ୪୧୨/୨୦ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri