Categories: ଜାତୀୟ

Covid Update: ଦେଶରେ ୨୪ ଘଣ୍ଟାରେ ୭୫୨ ଆକ୍ରାନ୍ତ ଚିହ୍ନଟ, ୪ ମୃତ

ନୂଆଦିଲ୍ଲୀ,୨୩।୧୨: ଦେଶରେ ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗୋଟିଏ ଦିନରେ ୭୫୨ କୋଭିଡ ମାମଲା ଚିହ୍ନଟ ହୋଇଛି। ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି। ସେହିଭଳି ୪ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ରିପୋର୍ଟ ପ୍ରକାଶ ପାଇଛି। ତେବେ ଏହା ୨୦୨୩ ମେ’ ୨୧ ପରଠାରୁ ଅର୍ଥାତ ୭ ମାସ ପରେ ସର୍ବାଧିକ ବୋଲି କୁହାଯାଇଛି। JN.୧ ସବ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, କୋଭିଡରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ କେରଳରୁ ଦୁଇଜଣ ଏବଂ ରାଜସ୍ଥାନ ଏବଂ କର୍ନାଟକରୁ ଜଣେ ଲେଖାଏ ଅଛନ୍ତି। ବର୍ତ୍ତମାନ ୧୭ ଟି ରାଜ୍ୟରେ କୋଭିଡର ସକ୍ରିୟ ମାମଲା ରହିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ କେରଳରେ ସର୍ବାଧିକ ୨୬୬ ଜଣ ଥିବାବେଳେ କର୍ଣ୍ଣାଟକରେ (୭୦), ମହାରାଷ୍ଟ୍ର (୧୫), ତାମିଲନାଡୁ (୧୩) ଏବଂ ଗୁଜୁରାଟରେ ୧୨ ରୋଗୀ ଅଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୪.୫୦ କୋଟି(୪,୫୦,୦୭,୯୬୪)ରେ ପହଞ୍ଚିଛି।

Share