ଅତିଥି ଭାବେ ବୁଲିବାକୁ ଆସିଥିଲେ, ସୁନାଗହଣା ଲୁଟିନେଲେ ସମ୍ପର୍କୀୟ, ଦୁଇ ମହିଳାଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ): ଅତିଥି ହୋଇ ଘରକୁ ବୁଲିବାକୁ ଆସଥିଲେ। ଆଉ ସମ୍ପର୍କୀୟମାନେ ବିଶ୍ୱାସଘାତକତା କରି ପୋଲିସ ହାତରେ ବନ୍ଧା ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ। ଜଣେ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳର ବିଧବା ବୃଦ୍ଧା ଇସ୍ତରା ଶୋଭାସୁନ୍ଦର ନିଜ ସମ୍ପର୍କୀୟ ପୁତୁରା ଘରକୁ ଭଲ ମନ୍ଦ ବୁଝିବା ସହ ତାଙ୍କୁ ଭେଟିବା ପାଇଁ ଆସିଥିଲେ। ହେଲେ ସେହି ସମ୍ପର୍କୀୟମାନେ ବୃଦ୍ଧା ପିନ୍ଧିଥିବା ସୁନା ଗହଣା ଉପରେ ଲୋଭ ରଖିଥିଲେ। ପ୍ରାୟ ୨ ଶହ ୪୦ଗ୍ରାମ ସୁନା ଗହଣାକୁ ଚୋରି କରିନେଲେ। ହେଲେ ପୋଲିସ ତଦନ୍ତ ବେଳେ ଜଣେ ଫେରାର ହୋଇଯାଇଥିବା ବେଳେ ୨ ଜଣ ମହିଳା ଗିରଫ ହୋଇଥିବା ଆଇଆଇଆସି ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ଗିରଫ ୨ ଜଣ ହେଲେ ଅମିତା ନାୟକ ଏବଂ ମେନକା ସିଂ। ଏଥିରେ ସମ୍ପୃକ୍ତ ସୁନୀଲ କୁମାର ସିଂ ଫେରାର ହୋଇଯାଇଥିବା ପୋଲିସ କହିଛି। ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ। ଚୋରି ଯାଇଥିବା ସମସ୍ତ ୨ ଶହ ୪୦ ଗ୍ରାମ ସୁନାକୁ ପୋଲିସ ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ପୋଲିସ କହିଛି।

ଅଭିଯୋଗକାରୀଙ୍କ ଅଭିଯୋଗ ଅନୁଯାୟୀ, ସେ ନିଜ ଗାଁ କାଟିଙ୍ଗିଆ ଅଞ୍ଚଳରୁ ପୁତୁରା ଓ ପୁତୁରା ବୋହୂଙ୍କୁ ଦେଖିବା ପାଇଁ ୨୮ ତାରିଖରେ ଦାରିଙ୍ଗବାଡ଼ି ଚାଲିଆସିଥିଲେ। ତାଙ୍କ ଘରେ ରାତିରେ ରହିଥିଲେ। ସମସ୍ତେ ଖାଇ ପିଇ ଶୋଇପଡ଼ିଥିଲେ ମଧ୍ୟ ଅତିଥି ଭାବେ ଆସିଥିବା ବୃଦ୍ଧାଙ୍କ ସୁନା ଗହଣା ଉପରେ ନଜର ରଖିଥିବା ପୁତୁରା ଓ ପୁତୁରା ବୋହୂ ବୃଦ୍ଧା ଶୋଇପଡ଼ିବା ପରେ ଚୋରି କରି ନେଇଥିଲେ। ବୃଦ୍ଧା ଜଣକ ସକାଳୁ ନିଜେ ପିନ୍ଧିଥିବା ସୁନା ଗହଣା ନ ଥିବା ଜାଣି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ଘଟଣା ସମ୍ପର୍କରେ ଅଭିଯୁକ୍ତମାନେ ମାନିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri