ପୁଣି ଛାନିଆ କଲାଣି କରୋନା: ଦିନକରେ ୫୯,୧୧୮ ସଂକ୍ରମିତ,୨୫୭ ମୃତ

ନୂଆଦିଲ୍ଲୀ,୨୬।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ ଗୁଜରାଟର ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣର ୫୯,୧୧୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୫୭ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ଏକ କୋଟି ୧୮ ଲକ୍ଷ ୪୬ ହଜାର ୬୫୨କୁ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪ ଲକ୍ଷ ୨୧ ହଜାର ୬୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୪୯କୁ ବୃଦ୍ଧି ପାଇଛି।

Share