Categories: ଜାତୀୟ

ପୁଣି ଡରାଇଲାଣି କରୋନା: ଦିନକରେ ୮୧ ହଜାରରୁ ଅଧିକ ସଂକ୍ରମିତ,୪୬୯ ମୃତ

ନୂଆଦିଲ୍ଲୀ,୨।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ ଗୁଜରାଟର ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣର ୮୧,୪୬୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୬୯ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୩ ହଜାର ୧୩୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୧୫ ଲକ୍ଷ ୨୫ ହଜାର ୩୯ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬ ଲକ୍ଷ ୧୪ ହଜାର ୬୯୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬କୁ ବୃଦ୍ଧି ପାଇଛି।

Share